ବାଲେଶ୍ବର: ବାଲେଶ୍ବର ଜିଲ୍ଲାରେ ବନ୍ୟା ଯୋଗୁଁ ଜିଲ୍ଲାର ୬ଟି ବ୍ଲକ ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱର, ବାଲେଶ୍ୱର ସଦର ଓ ରେମୁଣା ବନ୍ୟାଜଳରେ ପ୍ରଭାବିତ ହେଉଛି । ୬ଟି ବ୍ଲକ ୧୫୪ ଗ୍ରାମ ଏବଂ ଜଳେଶ୍ୱର ପୌରପାଳିକାର ୮ଟି ୱାର୍ଡ ବନ୍ୟାଜଳରେ କ୍ଷତିଗ୍ରସ୍ତ ହୋଇଛି । ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ।
ଏନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବାଲେଶ୍ୱର ଜିଲ୍ଲା ଯାଇ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଛନ୍ତି । ଏହାପରେ ଉପମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ଲେଖିଛନ୍ତି,’ଆଜି ବାଲେଶ୍ୱର ଜିଲ୍ଲା ଗସ୍ତରେ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲି । ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ଏବଂ ଖାଦ୍ୟ ଯୋଗାଣ ଆଦି ପଦକ୍ଷେପ ସହ ଉଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫ୍ ଓ ଅଗ୍ନିଶମ ବାହିନୀଙ୍କୁ ନିୟୋଜିତ’।ଆଜି ବାଲେଶ୍ୱର ଜିଲ୍ଲା ଗସ୍ତରେ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲି । ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱର, ବାଲେଶ୍ୱର ସଦର ଓ ରେମୁଣା ମୋଟ ୬ଟି ବ୍ଲକ୍ର ୧୫୪ ଗ୍ରାମ ଏବଂ ଜଳେଶ୍ୱର ପୌରପାଳିକାର ୮ଟି ୱାର୍ଡ ବନ୍ୟାଜଳରେ ପ୍ରଭାବିତ ହୋଇଛି। ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ଏବଂ ଖାଦ୍ୟ ଯୋଗାଣ ଆଦି… pic.twitter.com/fRzjk0MLdJ