ଭୁବନେଶ୍ୱର, ୨୪/୦୯ : ଆସନ୍ତା ୨୭ ତାରିଖରେ ଝାରସୁଗୁଡ଼ା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସ୍ଥିତି ଅନୁଧ୍ୟାନ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଅମଲିପାଲୀସ୍ଥିତ ପଡ଼ିଆରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ । ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଆଜି ରାଜସ୍ୱ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ ଏଡିଜି ସନ୍ତୋଷ ବାର୍ଲା ସ୍ୱତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସିଧାସଳଖ ଆସି ଅମଲିପାଲୀ ପଡ଼ିଆରେ ସ୍ଥିତି ଅନୁଧ୍ୟାନ କରିଛନ୍ତି ।
ରାଜସ୍ୱ ମନ୍ତ୍ରୀ ଉତ୍ତରାଞ୍ଚଳ ରାଜସ୍ୱ କମିଶନର ସଚିନ ରାମଚନ୍ଦ୍ର ଯାଦବ, ପୋଲିସ ଆଇଜି ହିମାଂଶୁ ଲାଲ, ଜିଲ୍ଲାପାଳ କୁନାଲ ମୋତିରାମ ଚୌହ୍ୱାନ, ଏସପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର, ଆଇଏଏସ୍ ଅରବିନ୍ଦ ଅଗ୍ରୱାଲ୍ ଓ ପୂର୍ତ୍ତ ସଚିବ ସହ ଆଲୋଚନା କରିଛନ୍ତି । ଆଜି ରାତି ସୁଦ୍ଧା ପ୍ରାୟ ସବୁକିଛି ଶେଷ ହୋଇଯିବ । ଆସନ୍ତା ୨୭ ତାରିଖରେ ଦିନ ୧୧ଟା ବେଳେ ପ୍ରଧାନମନ୍ତ୍ରୀ ମୋଦୀ ଝାରସୁଗୁଡ଼ା ବିମାନ ବନ୍ଦରରେ ଅବତରଣ କରି ସିଧାସଳଖ ସଭାସ୍ଥଳକୁ ଆସିବେ । ପ୍ରାୟ ୧ ଘଣ୍ଟାର କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ଏହି କାର୍ଯ୍ୟକ୍ରମ ବିଶେଷ କରି ଯୁବ ବର୍ଗଙ୍କ ପାଇଁ କରାଯାଉଛି । ଏହା ସହିତ ପ୍ରଧାନମନ୍ତ୍ରୀ ଯୁବ ସମାବେଶରେ ଯୁବ ଗୋଷ୍ଠୀଙ୍କୁ ଉଦବୋଧନ ଦେବେ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ କହିଛନ୍ତି ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-3.jpg)

