ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଖୋଳତାଡ ଜାରି ରଖିଛି ଦୁର୍ଗାପୁର ପୁଲିସ । ଘଟଣାରେ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ପଚରାଉଚରା କରାଯିବା ପରେ ଆଜି ପୁଲିସ କ୍ରାଇମ ସିନ୍ ରିକ୍ରିଏସନ୍ କରୁଛି । ଜଣେ ଅଭିଯୁକ୍ତକୁ ଧରି ଦୁର୍ଗାପୁର ପରାନଗଞ୍ଜ ଜଙ୍ଗଲରେ ପହଞ୍ଚି କ୍ରାଇମ୍ ସିନ୍ ରିକ୍ରିଏସନ୍ କରୁଛି ପୁଲିସ ଟିମ୍ । ଏହି ସମୟରେ ଦୁର୍ଗାପୁର ଡିସିପି ଓ ତଦନ୍ତକାରୀ ଅଧିକାରୀ ମାନେ ଉପସ୍ଥିତ ରହିଛନ୍ତି ।ଗଣଦୁଷ୍କର୍ମ ମାମଲାରେ ପୀଡିତାଙ୍କ ପରିବାର ସହ କଥା ହୋଇଛନ୍ତି ଦୁର୍ଗାପୁର ପୁଲିସ । ସମସ୍ତ ୫ଅଭିଯୁକ୍ତଙ୍କୁ ଗିରଫ କରାଯାଇ ଥିବା କହିଛନ୍ତି ଦୁର୍ଗାପୁର ପୁଲିସ କମିଶନର । ଡିସିପି ପୀଡିତାଙ୍କ ବାପାଙ୍କ ସହ କଥା ହୋଇ ସୁରକ୍ଷା ପ୍ରତିଶ୍ରୁତି ଦେଇଛନ୍ତି । ପୀଡିତାଙ୍କ ପରିବାର ସହ ପୁଲିସ ରହିଛି, ସମସ୍ତ ସହଯୋଗ ଦିଆଯିବ ବୋଲି କମିଶନର କହିଛନ୍ତି ।

November 8, 2025/
No Comments
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-3.jpg)

