
* **ବରଗଡ଼ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର “ସମ୍ଭବ”ର ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ଉଦଯାପିତ। ପ୍ରଶିକ୍ଷଣରେ ଅଂଶ ଗ୍ରହଣ କଲେ ଝାରବନ୍ଧ, ପାଇକମାଳ, ରାଜବୋରାସମ୍ବରଏବଂ ଗାଇସିଲେଟ ବ୍ଲକର ସମସ୍ତ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ.*

ବରଗଡ଼: ୨୭/୧୦:(ପବିତ୍ର ମେହେର)::ବରଗଡ଼ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର “ସମ୍ଭବ”ର ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ପି ଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦମପୁରରେ ଉଦଯାପିତ ହୋଇଯାଇଛି।ପ୍ରଧାନ ଶିକ୍ଷକଙ୍କ ଦକ୍ଷତା ଓ ନେତୃତ୍ବ ବିକାଶ ନିମନ୍ତେ ଆୟୋଜିତ ଏହି ଶିବିରର ଉଦଯାପନୀ ସମାରୋହରେ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ଅତିଥି ଭାବରେ ସ୍ଥାନୀୟ ବିଇଓ ଲୋକନାଥ ଭୋଇ,ଜିଲ୍ଳା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ବରଗଡ଼ର ଶିକ୍ଷକ ପ୍ରଶିକ୍ଷକ ସସ୍ମିତା ସାହୁ, ବରୁଣ କୁମ୍ଭକାର, ରଶ୍ମିତା ସୁନା,ଶୁଭମ୍ ପତି ରାଜବୋରାସମ୍ବର ହାଇସ୍କୁଲର ପ୍ରଧାନ ଶିକ୍ଷକ ନିରାଳମ୍ୱ ପଟେଲ,ପେଡାଗୋଜି କୋର୍ଡିନେଟର ପୁଷ୍ପାଞ୍ଜଳି ଦାଶ ଯୋଗ।ଦେଇଥିଲେ। ପ୍ରଶିକ୍ଷକ ଭାବରେ ଝାରବନ୍ଧ ବ୍ଲକ ଶିକ୍ଷା ଅଧିକାରୀ ଶୁଭମ୍ ପତି,ଜନତା ହାଇସ୍କୁଲ ଭୁକ୍ତାର ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ବେଣୁଧର ବରିହା,ପୁରୁଷୋତ୍ତମ ହାଇସ୍କୁଲ ରୁଚିଦାର ପ୍ରଧାନ ଶିକ୍ଷକ ଅଜୟ କୁମାର ମେହେର, ପଣକିପାଲି ହାଇସ୍କୁଲର ଶିକ୍ଷକ ପୁସ୍ତମ୍ ବିଶି, ତୋରା ହାଇସ୍କୁଲର ପ୍ରଧାନ ଶିକ୍ଷକ ସଙ୍ଗୀତା ମିଶ୍ର ଏବଂ କେଦାର ନାଥ ଆଦିବାସୀ ସରକାରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ସୁବାସ ଚନ୍ଦ୍ର ରଥ ଦେଇଥିଲେ।।NEP – 2020ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ,ମାନ ନିର୍ଦ୍ଧାରଣ, ନେତୃତ୍ୱ ବିକାଶ, ସାମାଜିକ, ଆବେଗିକ ଓ ନୈତିକ ବିକାଶ, ଅନ୍ତର୍ନିବେଶୀ ଶିକ୍ଷା ଓ ସମତା, ଶିକ୍ଷାରେ ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ବ୍ୟବହାର,ସାଇବର ସୁରକ୍ଷା , ବିଦ୍ୟାଳୟ ଓ ଆର୍ଥିକ ପରିଚାଳନା, ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା, ବିପର୍ଯ୍ୟୟ ପରିଚାଳନା, ବିଦ୍ୟାଳୟ ଓ ଗୋଷ୍ଠୀ ସମ୍ପର୍କ, ଉପସ୍ଥାପନ ଅବଧାରଣ ବୃଦ୍ଧି ଓ ପାଠ ତ୍ୟାଗୀର ନିରାକରଣ, ଧନ୍ଦାମୂଳକ ଶିକ୍ଷା, ବିଦ୍ୟାଳୟ ବିକାଶ ଯୋଜନା ଇତ୍ୟାଦି ସମ୍ପର୍କରେ ଆଲୋଚନା କରାଯାଇଥିଲା। ଉଦଯାପନୀ ସମାରୋହରେ ପ୍ରଶିକ୍ଷାର୍ଥୀମାନଙ୍କ ମଧ୍ୟରୁ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପ୍ରଧାନ,ଟିକେଶ୍ୱର ପ୍ରସାଦ ପଟେଲ,ରାଜେଶ ଖମାରୀ ଏବଂ ପ୍ରଧାନ ଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ବରିହା ପ୍ରଶିକ୍ଷଣର ଅନୁଭୂତି ବର୍ଣ୍ଣନା କରିଥିଲେ।ସମସ୍ତ ସାଧନକର୍ମୀ ଓ ପ୍ରଶିକ୍ଷାର୍ଥୀଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସମେତ ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ଶେଷରେ ଶିକ୍ଷକ ପୁସ୍ତମ୍ ବିଶି ଧନ୍ୟବାଦ ଅର୍ପଣ କରିଥିଲେ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-3.jpg)

