ପଦ୍ମ ଧରିଲେ ଅମର ପଟ୍ଟନାୟକ । ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଆଜି ବିଧିବଦ୍ଧ ଭାବରେ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ବିଜେପିରେ ମିଶିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଫୁଲତୋଡ଼ା ଦେଇ ଦଳକୁ ସ୍ବାଗତ କରିଥିଲେ ।

ମିଶ୍ରଣ ପର୍ବରେ ସଭାପତି ମନମୋହନ ସାମଲ,ପ୍ରଭାରୀ ବିଜୟ ପାଲ ସିଂ ତୋମାର ମଧ୍ୟ ଉପସ୍ଥିତ ରହିଥିଲେ ।ପୂର୍ବତନ ଆକାଉଣ୍ଟାଣ୍ଟ୍ ଜେନେରାଲ୍ ଅମର ପଟ୍ଟନାୟକ ୨୦୧୮ ଅଗଷ୍ଟ ୨୯ ତାରିଖରେ ବିଜେଡିରେ ସାମିଲ ହୋଇଥିଲେ । ବିଜେଡି ଆଇଟି ସେଲ୍ ଅଧ୍ୟକ୍ଷ ଭାବେ ଦଳର ମୁଖପାତ୍ର ଅମର ପଟ୍ଟନାୟକଙ୍କୁ ବିଜେଡି ସଭାପତି ତଥା ତତକାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ଦେଇଥିଲେ । ୨୦୧୯ରେ ସାଂସଦ ଭାବେ ରାଜ୍ୟସଭାକୁ ସେ ନିର୍ବାଚିତ ହୋଇ ପାଞ୍ଚ ବର୍ଷ ଯାଏଁ କାମ କରିଥିଲେ । ନିଜ କାର୍ଯ୍ୟକାଳ ସମୟରେ ରାଜ୍ୟସଭାର ବିଭିନ୍ନ କମିଟିର ମଧ୍ୟ ସଦସ୍ୟ ହୋଇଥିଲେ । ଏହାସହିତ ରାଜ୍ୟର ବିଭିନ୍ନ ସମସ୍ୟାକୁ ସଂସଦରେ ଉପସ୍ଥାପନ କରିଥିଲେ ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-3.jpg)

