
ଭୂବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ପବନ ହୋଇଥିବାବେଳେ, ୨୩ ତାରିଖ ଯାଏଁ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଏନେଇ ଆଜି ୧୮ ଟି ଜିଲ୍ଲାକୁ ସତର୍କ ସୂଚନା ଦେଇଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହି ଜିଲ୍ଲା ଗୁଡିକ ହେଲା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ । ଏହିସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏଠାରେ ୪୦ରୁ ୫୦ ବେଗରେ ପବନ ବହିବା ସହିତ ବିଜୁଳି…