ଆସନ୍ତା ୯ରେ ଜୀ-ସାର୍ଥକରେ ସନ୍ଧ୍ୟା ୬:୩୦ରେ ‘ପାରିକରିବେ ଭୋଳାଶଙ୍କର ୨’ ଜୀ-ସାର୍ଥକ ବ୍ୟାନରରେ ଆସୁଛି ‘ପାରିକରିବେ ଭୋଳାଶଙ୍କର ୨’ । ‘ପାରିକରିବେ ଭୋଳାଶଙ୍କର’ ର ଅପୂର୍ବ ସଫଳତା ପରେ ଭିନ୍ନ ଏକ କାହାଣୀକୁ ନେଇ ଏହି ଫିଲ୍ମ । ଡାକ୍ତର ପ୍ରଭାକର ସଞ୍ଜିବନୀ ତିଆରି କରିଛନ୍ତି ଏମିତି ଏକ ଫର୍ମୁଲା ଯାହା ଯେକୌଣସି ବିଷକୁ କାଟି ପାରିବ କିନ୍ତୁ ସେହି ଫର୍ମୁଲା ମନ୍ଦ ଉଦ୍ଵେଷ ରଖିଥିବା ଡାକ୍ତର ରୟଙ୍କ ପାଖରୁ ବଞ୍ଚାଇବାକୁ ଯାଇ ହଜାଇ ଦେଇଛନ୍ତି ନିଜ ପୁଅକୁ ଓ ଭୋଳାଶଙ୍କରଙ୍କ ଅଶୀର୍ବାଦରୁ କାଳକ୍ରମେ ପୁଅ ବଡ ହେଇଛି, ନାଁ ଅଛି ଶଙ୍କର ଓ ତା ପାଖରେ ଅଛି ଚମତ୍କାର ଶକ୍ତି…